ନୂଆଦିଲ୍ଲୀ :ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟାରେ ଦେଶରେ ୬୦ ହଜାର ୯୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ଲକ୍ଷ ୬୭ ହଜାର ୩୨୪କୁ ବୃଦ୍ଧି ପାଇଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮ ହଜାର ୩୯୦ରେ ପହଞ୍ଚିଛି । ମହାରାଷ୍ଟ୍ରରେ ସର୍ବାଧିକ ୨୨ ହଜାର ୪୬୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ତାମିଲନାଡୁରେ ୬୬୧୪, ଦିଲ୍ଲୀରେ ୪୩୧୩, କର୍ଣ୍ଣାଟକରେ ୪୮୧୦ ଜଣଙ୍କର କରୋନାରେ ପ୍ରାଣ ହରାଇଛନ୍ତି । ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
83