142

ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଙ୍କୁ କରୋନା

ବ୍ରହ୍ମପୁର,୦୨/୦୯: ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା କରୋନା ସଂକ୍ରମଣରେ ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ବର୍ତ୍ତମାନ ସେ ଏବେ ହୋମ ଆଇସୋଲେସନରେ ରହିଥିବା ସୂଚନା ଦେଇଛନ୍ତି। ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ବିକ୍ରମ ପଣ୍ଡା ଅନୁରୋଧ କରିଛନ୍ତ ।

Spread the love