84

ରାଜ୍ୟରେ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, ୧୦/୦୯: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୧୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ୧୧ ମୃତକଙ୍କ ମଧ୍ୟରୁ  ଖୋର୍ଦ୍ଧା, କଟକ, ପୁରୀରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
Spread the love