ଭୁବନେଶ୍ୱର,୧୦/୮ : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଆଜି ରାଜ୍ୟରେ ୧୫୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
89