94

ରାଜ୍ୟର ୪ ଜିଲ୍ଲା ଉପରେ ମୁଖ୍ୟମନ୍ତ୍ରୀଙ୍କ ନଜର

ଭୁବନେଶ୍ୱର, ୧୨/୮ : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଇସା ଅଭାବରୁ କେହି ବି କୋଭିଡ଼ ରୋଗୀ ଚିକିତ୍ସାରୁ ବଞ୍ଚିତ ହେବେନି  | କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀମାନଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦେଉଛନ୍ତି ।    କୋଭିଡ଼ ରୋଗୀଙ୍କୁ ସମସ୍ତ ସୁବିଧା ଯୋଗାଯାଉଛି । ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ବେଚ୍ଛାକୃତ ଭାବରେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଆହ୍ବାନ ଜଣାଇଛନ୍ତି । ଏହାଦ୍ବାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଲୋକମାନେ ଯେପରି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍-ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବି.ଡି.ଓ. ଓ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ରୋଗକୁ ଭୟ ନ କରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।  ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀମାନଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦେଉଛନ୍ତି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ରାଜ୍ୟର ୪ଜିଲ୍ଲାକୁ ଅଧିକ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ୪ଜିଲ୍ଲାଗୁଡ଼ିକ ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଓ ଯାଜପୁର ଉପରେ ଅଧିକ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି ।

Spread the love