87

ରାଜ୍ୟରେ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର ୨୮/୦୮: ରାଜ୍ୟରେ ଦିନକୁ ଦିନ ବଢିବାରେ  ଲାଗିଛି କରୋନା ସ୍ଥିତି । ଆଜି ରାଜ୍ୟରେ  ୮ ଜଣ କରୋନାରେ  ପ୍ରାଣ ହରାଇଛନ୍ତି । ୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ବଲାଙ୍ଗୀର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି

Spread the love