73

୨୪ ଘଣ୍ଟା ମଧ୍ୟରେ ପ୍ରାଣହରାଇଲେ ୧୨ କରୋନା ସଂକ୍ରମିତ

ଭୁବନେଶ୍ଵର ୩୦/୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Spread the love