151

ଖୁବ ଶୀଘ୍ର ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଭୂବନେଶ୍ବର: ୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ। ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ। ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁସୀ ଛୁଇଁବା ପୂର୍ବରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହୋଇପାରେ ପ୍ରାକ୍ ମୌସୁମୀ ବର୍ଷା।

ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍।

ଅନ୍ୟପଟେ ଚଳିତ ଗ୍ରୀଷ୍ମରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତରେ ଗଲାଣି ୩୬ ଜଣଙ୍କ ଜୀବନ। ଅଭିଯୋଗ ଆସିଥିଲା ୧୫୧ଟି । ତା’ମଧ୍ୟରୁ ୩୬ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅନ୍ୟ ୩୧ ଜଣକ ମୃତ୍ୟୁର କାରଣ ଭିନ୍ନ ଭିନ୍ନ । ବଳକା ୮୪ ଜଣଙ୍କ ମୃତ୍ୟୁର ତଦନ୍ତ ଚାଲିଥିବା SRC ଅଫିସ ପକ୍ଷରୁ ସୂଚନା ଦିଆଯାଇଛି। ଅଂଶୁଘାତଜନିତ ଘଟଣା ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଭଳି ଜିଲ୍ଲାରୁ ଅଭିଯୋଗ ଆସିଛି। ଅସ୍ୱାଭାବିକ ଭାବେ ଲୋକଙ୍କ ଜୀବନ ଯାଇଛି । ଏହି ଘଟଣା ପରେ ସତର୍କତା ସୂଚନା ମୂଳକ ଭାବେ ପିକ୍ ସମୟରେ କାମ କରିବାକୁ ବାରଣ କରିଛନ୍ତି SRC।

ତେବେ କେବଳ ରାଉରକେଲା ସହରରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ। ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ। ୪ ଜଣଙ୍କର ମୃତଦେହକୁ ସେମାନଙ୍କ ପରିବାର ଲୋକେ ନେଇ ଯାଇଥିବାରୁ ବ୍ୟବଚ୍ଛେଦ ହୋଇପାରିନି। ଅବଶିଷ୍ଟ ସମସ୍ତ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଯାଇଛି।

Spread the love